କନକ ବ୍ୟୁରୋ : ରାଜଯରେ ଆଳୁ ସମସ୍ୟାକୁ ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ । ଆଜି ଟେଲିଫୋନ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି ମୋହନ ମାଝୀ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି । ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅନୁରୋଧ କରିଛନ୍ତି । ସେପଟେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/post_attachments/wp-content/uploads/2024/08/29-7.jpg)