ଉତ୍କଳମଣି ଗୋପବନ୍ଧୁଙ୍କ ଗାଁରେ ନୂଆ ମୁଖ୍ୟମନ୍ତ୍ରୀ । ପ୍ରତିମୂର୍ତ୍ତିରେ କଲେ ମାଲ୍ୟାର୍ପଣ, ଗାଁରେ ବୁଲି ଲୋକଙ୍କ ସହ କଲେ ଆଲୋଚନା । 

ଉତ୍କଳମଣି ଗୋପବନ୍ଧୁଙ୍କ ଗାଁରେ ନୂଆ ମୁଖ୍ୟମନ୍ତ୍ରୀ । ପ୍ରତିମୂର୍ତ୍ତିରେ କଲେ ମାଲ୍ୟାର୍ପଣ, ଗାଁରେ ବୁଲି ଲୋକଙ୍କ ସହ କଲେ ଆଲୋଚନା । 

କନକ ବ୍ୟୁରୋ : ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମମାଟିରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ଗାଁ ବୁଲିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଗାଁ ଲୋକଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି ।

ଆଜି ସକାଳେ ପୁରୀ ଶ୍ରୀମନ୍ଦିରରେ ନିଜ ମନ୍ତ୍ରୀମଣ୍ଡଳସହ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ପରେ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ସହ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଆସିଥିଲେ। ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ।

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ। ଗ୍ରାମବାସୀଙ୍କ ସହିତ ଆଲୋଚନା ସମୟରେ ସେ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି। ଏସବୁ ଖୁବ୍‌ ଶୀଘ୍ର ପୂରଣ ହେବ। ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe