କନକ ବ୍ୟୁରୋ: ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେଠାରେ ଯାଇ ପହଞ୍ଚିବା ପରେ ତାଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ପାଛୋଟି ନେଲେ ଲୋକେ । ହଜାର ହଜାର ଲୋକ ତାଙ୍କୁ ଦେଖାକରି ନିଜ ନିଜ ସମସ୍ୟା ଜଣାଇବାକୁ ଅପେକ୍ଷା କରିଛନ୍ତି ।
ଆଜି କେନ୍ଦୁଝରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବା ପରେ ଆସନ୍ତାକାଲି ନିଜ ଗାଁ ରାଇକଳା ଯିବେ । ସେଠାରେ ମୁଖ୍ୟମନ୍ତ୍ରୀ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ଆଜି ପ୍ରଥମେ ଘଟଗାଁ ହାଇସ୍କୁଲ ପଡ଼ିଆରେ ପହଂଚିବେ । ସେଠାରୁ ରୋଡ୍ ସୋ’ କରି ମା’ ତାରିଣୀଙ୍କ ମନ୍ଦିର ପର୍ଯ୍ୟନ୍ତ ଯିବେ । ଏହା ପରେ କେନ୍ଦୁଝର ଯାତ୍ରା କରିବେ । ରିଜର୍ଭ ପୋଲିସ ପଡ଼ିଆରେ ଅବତରଣ ପରେ ସର୍କିଟ୍ ହାଉସ୍ରେ ବିଶ୍ରାମ ନେବେ । ଅପରାହ୍ଣରେ ପୁରୁଣା ସହର ଶ୍ରୀବଳଦେବଜିଉ ମନ୍ଦିରରେ ପୂଜାର୍ଚ୍ଚନ କରିବେ । ପୁରୁଣା ବଜାରଠାରୁ ରୋଡ୍ ସୋ’ରେ ଯାଇ ଷ୍ଟାଡିୟମରେ ଜନସଭାକୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ସକାଳେ ନିଜ ଗାଁ ରାଇକଳା ଯିବେ ମୁଖ୍ୟମନ୍ତ୍ରୀ । ରାଇକଳାରୁ ରୋଡ୍ ସୋ’ରେ ଝୁମ୍ପୁରା ପର୍ଯ୍ୟନ୍ତ ଯିବେ ମୋହନ ମାଝୀ । ଝୁମ୍ପୁରା ବ୍ଲକ ଦୁର୍ଗା ପଡ଼ିଆରେ ଜନସମାବେଶକୁ ସମ୍ବୋଧିତ କରିବେ । ଅପରାହ୍ଣରେ ନିଜ ଗାଁରେ ପହଞ୍ଚିିବା ପରେ ଘରେ ମଧ୍ୟାହ୍ନ ଭୋଜନ କରିବେ । ଗାଁ ଲୋକଙ୍କ ସହ କଥା ହେବା ପରେ ସଂଧ୍ୟାରେ ଭୁବନେଶ୍ୱର ଫେରିଆସିବେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/06/6-24.jpg)
/kanak/media/post_attachments/wp-content/uploads/2024/06/Screen-Shot-2024-06-23-at-11.13.46-AM.png)