କଟକ ସହର ସ୍ଵରେଜ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ । ଦୁଇ ଇଞ୍ଜିନିୟରଙ୍କ ବଦଳି, ଜୁନିଅର ଇଞ୍ଜିନିୟର ନିଲମ୍ବିତ 

Advertisment
କଟକ ସହର ସ୍ଵରେଜ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ । ଦୁଇ ଇଞ୍ଜିନିୟରଙ୍କ ବଦଳି, ଜୁନିଅର ଇଞ୍ଜିନିୟର ନିଲମ୍ବିତ 

କନକ ବ୍ୟୁରୋ: ଗତକାଲି କଟକ ସହରରେ ସ୍ଵରେଜ କାମ ସମୟରେ ଦୁଇ ଜଣ ବ୍ୟକ୍ତି  ପ୍ରାଣ ହରାଇବା ଏବଂ ଜଣେ ଗୁରୁତର ଅସୁସ୍ଥ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦବେଗ ପ୍ରକାଶ କରିବା ସହ ଦାୟିତ୍ୱରେ  ଅବହେଳାକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦେଶ ଦେଇଥିଲେ । ଘଟଣାର ଆଜି ତଦନ୍ତ କରାଯାଇ ଇଞ୍ଜିନିୟର ସୁଶାନ୍ତ ଘଡେଇ ଓ ସୁବାସ ରାଉତଙ୍କୁ ବଦଳି କରାଯାଇଥିବା ବେଳେ ଜୁନିୟର ଇଞ୍ଜିନିୟର ପ୍ରଦ୍ୟୋତ କୁମାର ସାହୁଙ୍କୁ ନିଲମ୍ବିତ କରାଯାଇଛି । ତା ସହିତ ଜୁନିୟର ଇଞ୍ଜିନିୟର ପ୍ରଦ୍ୟୋତ ଓ ସର୍ଭିସ ପ୍ରୋଭାଇଡର ଦୀପକ ନାୟକଙ୍କ ବିରୁଦ୍ଧରେ ଥାନାରେ  ଏଫଆଇଆର ଦିଆଯାଇଛି । ଏହି ଦୁର୍ଘଟଣା ରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ,ସେମାନଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଦଶ ଲଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଏହି ଘଟଣାରେ ଆହତ  ହୋଇ  ଚିକିତ୍ସିତ ହେଉଥିବା ଡି ଶିବାଙ୍କ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଦୁଇ ଲଷ ଟଙ୍କା ସହାୟତା ଘୋଷଣା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe