ରାଜ୍ୟରେ ଉଚ୍ଛେଦ ହୋଇପାରେ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥା : ଦାବି ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ସୂଚନା

ଦିଲ୍ଲୀରେ ନୀତି ଆୟୋଗ ବୈଠକରେ ସାମିଲ ହେଲାନି ଓଡ଼ିଶା : ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ୮ଟି ପ୍ରସଙ୍ଗରେ ଆଲୋଚନା

କନକ ବ୍ୟୁରୋ : ରାଜ୍ୟରେ ଶୀଘ୍ର ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥା ଉଚ୍ଛେଦ ହୋଇପାରେ । ଗତକାଲି ଓଡିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୀଘ୍ର ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି । ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଏବଂ ୬ ବର୍ଷର ଚୁକ୍ତିଭିତ୍ତିକ ନିଯୁକ୍ତିକୁ ଚାକିରି କାର୍ଯ୍ୟକାଳରେ ମିଶାଇବାକୁ ଦାବି ହୋଇ ଆସୁଛି । ଏହି ଦୁଇଟି ଦାବି ତୁରଣନ୍ତ ପୂରଣ କରିବା ପାଇଁ ଗତକାଲି ଓଡିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘର କର୍ମକର୍ତ୍ତା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଯାଇଥିଲେ ।

ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂରେ ସଂଘର କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ଶୀଘ୍ର ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି । ଆଲୋଚନା ସମୟରେ ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ଫାଇଭ ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହିଥିଲେ । ମାସେ ଭିତରେ ସରକାର କୌଣସି ନିଷ୍ପତ୍ତି ନନେଲେ ପରବର୍ତ୍ତୀ ପଦକ୍ଷେପ କଣ ହେବ ସେନେଇ ସଂଘ ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି ମହାସଂଘ ପକ୍ଷରୁ କୁହାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe