ଆଜି ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ଣ ୪ଟା ସମୟରେ କରିବେ ସମ୍ବୋଧନ ।

316

କନକ ବ୍ୟୁରୋ : ଆଜି ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ଣ ୪ଟା ସମୟରେ ସେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ତେବେ ମୁଖ୍ୟମନ୍ତ୍ରୀ କେଉଁ ପ୍ରସଙ୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।

ତେବେ ମୁଖ୍ୟମନ୍ତ୍ରୀ କରୋନା ଲଢେଇ ବିଷୟରେ ଆଲୋଚନା କରିପାରନ୍ତି ବୋଲି କୁହାଯାଉଛି । ସେହିପରି ଆଗକୁ ଉପନିର୍ବାଚନ ମଧ୍ୟ ଆସୁଛି ତେଣୁ ସେନେଇ କିଛି ବାର୍ତ୍ତା ରାଜ୍ୟବାସୀଙ୍କୁ ଦେଇପାରନ୍ତି ବୋଲି କିଛି ରାଜନୈତିକ ବିଶେଷଜ୍ଞ ମାନେ ମତ ଦେଇଛନ୍ତି ।

ସେହିପରି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଦେଶବାସୀଙ୍କୁ ସମ୍ବୋଧନ କରିବେ । ମୋଦୀ ସନ୍ଧ୍ୟା ୬ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ । ଏହି ସମୟରେ ମୋଦୀ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ବୋଲି ଆଲୋଚନା ହେଉଛି ।