‘ଫୋନି’ ମୁକାବିଲା ପାଇଁ ସରକାର ପ୍ରସ୍ତୁତ । ଭୟଭୀତ ନହୋଇ ସତର୍କ ରହିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ।

Advertisment
‘ଫୋନି’ ମୁକାବିଲା ପାଇଁ ସରକାର ପ୍ରସ୍ତୁତ । ଭୟଭୀତ ନହୋଇ ସତର୍କ ରହିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ।

କନକ ବ୍ୟୁରୋ: ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ‘ଫୋନି’ । ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବ୍ୟାପକ ପ୍ରସ୍ତୁତି । ଅନ୍ୟପଟେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଭୟଭୀତ ନ ହୋଇ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି । ଏହାସହ ବାତ୍ୟାରେ ବିପନ୍ନ ହେବାର ସମ୍ଭାବନା ଥିବା ଲୋକମାନଙ୍କୁ ଯୁଦ୍ଧକାଳୀନ ରୀତିରେ ସ୍ଥାନାନ୍ତର କରାଇବାକୁ ଜିଲ୍ଲା ପ୍ରଶାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ରିଲିଫ୍ ଯୋଗାଇ ଦେବାକୁ ପ୍ରସ୍ତୁତ ରହିବାକୁ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଆସନ୍ନ ସାମୁଦ୍ରିକ ବାତ୍ୟାକୁ ମୁକାବିଲା କରିବାକୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

publive-imageଅନ୍ୟପଟେ ବାତ୍ୟା ‘ଫୋନି’ ଧିରେ ଧିରେ ଉଗ୍ର ହେଉଥିବା ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ । ଯାହାକି ସାରା ରାଜ୍ୟକୁ ଡ଼ରାଉଛି ଆଉ ଲୋକଙ୍କ ମନରେ ଭୟ ଘାରିଛି । ଏପରିକି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶା ପାଇଁ ‘ୟେଲୋ ଓ୍ଵାର୍ଣ୍ଣିଂ’ ଜାରି କରାଯାଇଛି । ଆଉ ଯେଉଁ ସବୁ ଜିଲ୍ଲାକୁ ‘ଫୋନି’ ଅଧିକ ପ୍ରଭାବିତ କରିପାରେ ସେଗୁଡ଼ିକ ହେଲା- ବୌଦ୍ଧ, କଳାହାଣ୍ଡି, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼ । ଅନ୍ୟପଟେ ସାମୁଦ୍ରିକ ଝଡ଼ ‘ଫୋନି’ ପ୍ରଭାବରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ ।

publive-imageଅନ୍ୟପଟେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ସୂଚନା ମୁତାବକ, ସାମୁଦ୍ରିକ ଝଡ଼ ‘ଫୋନି’ ଆଜି ଉତ୍ତରପଶ୍ଚିମ ଦିଗରେ ଗୋପାଳପୁର ଓ ଚାନ୍ଦବାଲିକୁ ଛୁଇଁବା ପରେ ଏହା ୩ ତାରିଖକୁ ଦକ୍ଷିଣ ଦିଗ ପୁରୀ ଆଡ଼େ ମୁହାଁଇବ । ତେବେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଆଦି ଜିଲ୍ଳାରେ ପବନର ବେଗ ଘଣ୍ଟା ପ୍ରତି ୧୭୦ କିଲୋମିଟର ବହିବାକୁ ଥିବା ବେଳେ ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱରରେ ୧୩୦ କିଲୋମିଟର ବେଗରେ ପବନ ବହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe