ସାଢେ ସାତ ଲକ୍ଷ ବନ୍ୟା ପୀଡ଼ିତଙ୍କୁ ୭ ଦିନ ପାଇଁ ରିଲିଫ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ।

31

କନକ ବ୍ୟୁରୋ: ବନ୍ୟା ପ୍ରଭାବିତ ଅଞ୍ଚଳ ପାଇଁ ୭ ଦିନ ରିଲିଫ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବନ୍ୟାଞ୍ଚଳ ପ୍ରଭାବିତ ସ୍ଥିତି ସମୀକ୍ଷା କରାଯାଇଛି । ଭିଡିଓ କନଫରେସିଂ ଜରିଆରେ ଭଦ୍ରକ, କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାର ବନ୍ୟା ସ୍ଥିତି ସମ୍ପର୍କରେ ସଂପୃକ୍ତ ଜିଲ୍ଲାପାଳଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନୟକ ।

ଏହି ୩ ଟି ଜିଲ୍ଲାର ପ୍ରଭାବିତ ହୋଇଥିବା ଲୋକଙ୍କ ପାଇଁ ୭ ଦିନ ପର୍ଯ୍ୟନ୍ତ ରିଲିଫ୍ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହି ବାବଦରେ ପୌଢ ମାନଙ୍କୁ ଦୈନିକ ୬୦ ଟଙ୍କା ଏବଂ ୧୨ ବର୍ଷରୁ କମ୍ ବୟସ ପିଲାମାନଙ୍କ ପାଇଁ ଦୈନିକ ୪୫ ଟଙ୍କା ହିସାବରେ ରିଲିଫ୍ ପ୍ରଦାନ ରିଲିଫ୍ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତି । କେବଳ ଏତିକି ନୁହେଁ ପ୍ରଭାବିତ ଅଞ୍ଚଳରେ ଗୃହପାଳିତ ପ୍ରାଣୀଙ୍କୁ ମାଗଣା ଚକିତ୍ସା ସହିତ ଟୀକାକରଣ ମଧ୍ୟ କରାଯିବ ।

ତେବେ ଏହି ୩ଟି ଜିଲ୍ଲାର ମୋଟ୍ ୧୭ଟି ବ୍ଲକ ଏବଂ ୪ଟି ପୌରପରିଷଦ ସହ ୯୦୩ଟି ଗାଁ ପ୍ରଭାବିତ ହୋଇଥିବା ବେଳେ ପାଖାପାଖି ସାଢ଼େ ୭ ଲକ୍ଷ ଲୋକ ଚଳିତ ବନ୍ୟାରେ ପିଡିତ ହୋଇଥିବା ସରକାରୀ ତଥ୍ୟରୁ ଜଣାପଡିଛି । ଏହାସହ ପ୍ରାୟ ୫୦ ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଥିବାବେଳେ ୪୦ ହଜାର ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚକିତ୍ସା ସେବା ସହ ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଏକ ସପ୍ତାହ ମଧ୍ୟରେ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ଦେବାକୁ ସଂକୃକ୍ତ ଜିଲ୍ଲାପାଳଙ୍କୁ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।