କନକ ବ୍ୟୁରୋ : ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟ ହେଲା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍ ପୋଲିସ ଷ୍ଟେସନ । ସେହିଭଳି କେନ୍ଦୁଝର ଓ ବଡବିଲରେ ହେବ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ । ଏହି ସମ୍ପର୍କୀୟ ୨ଟି ପ୍ରସ୍ତାବରେ ମୋହର ମାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ । ଆଉ ଏବେ ଖୋର୍ଦ୍ଧାରେ ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ୱାରା ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି ହୋଇଛି । ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍ସପେକ୍ଟର, ୬ଟି ସବ୍ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍ ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି ।
ସେହିପରି ରାଜ୍ୟ ସରକାର କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି ଏବଂ ଏଥିପାଇଁ ୨୪ଟି ନୂତନ ପଦବୀ ମଂଜୁର କରାଯାଇଛି । ଏ ସଂପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଏହାଦ୍ଵାରା ଏହି ଦୁଇଟି ସହରରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଏହି ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ପାଇଁ ସୃଷ୍ଟି ହୋଇଥିବା ୨୪ଟି ପଦବୀ ମଧ୍ୟରେ ୨ଟି ଇନ୍ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବ୍ଇନସ୍ପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/05/DSC_9988.jpg)