ଗୁରୁମା’ଙ୍କ ସ୍ମୃତିରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ସ୍ୱର୍ଗତ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ସୁନନ୍ଦା ସମ୍ମାନ ଓ ଚେୟାର ପ୍ରତିଷ୍ଠା କରିବାକୁ ନିଷ୍ପତି । ଆସନ୍ତାକାଲି ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ଶୋକସଭା ।

Advertisment
ଗୁରୁମା’ଙ୍କ ସ୍ମୃତିରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ସ୍ୱର୍ଗତ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ସୁନନ୍ଦା ସମ୍ମାନ ଓ ଚେୟାର ପ୍ରତିଷ୍ଠା କରିବାକୁ ନିଷ୍ପତି । ଆସନ୍ତାକାଲି ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ଶୋକସଭା ।

କନକ ବ୍ୟୁରୋ: ଭାରତୀୟ ଶାସ୍ତ୍ରୀୟ ସଂଗୀତ ଜଗତର ସୁନାମଧନ୍ୟ ଶାସ୍ତ୍ରୀୟ ସଂଗୀତଜ୍ଞ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ସୁନନ୍ଦା ସମ୍ମାନ ଓ ଚେୟାର ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାରଙ୍କ ନଷ୍ପତି । ସମସ୍ତଙ୍କ ପ୍ରିୟ ଗୁରୁମାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏଭଳି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପରିକି ସ୍ୱର୍ଗତ ଗୁରୁମାଙ୍କ ସ୍ମୃତିରେ ଆସନ୍ତାକାଲି ଓଡ଼ିଶା ସଂଗୀତ ନାଟକ ଏକାଡେମୀ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ସହଯୋଗରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରଠାରେ ରାଜ୍ୟସ୍ତରୀୟ ଶୋକସଭା ଅନୁଷ୍ଠିତ ହେବ ।

ଗୁରୁମାଙ୍କ ବିୟୋଗରେ ଶୋକସନ୍ତପ୍ତ ସାରା ରାଜ୍ୟ । ତେଣୁ ତାଙ୍କ ଅମ୍ଳାନ ସ୍ମୃତିରେ ଓଡ଼ିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଶାସ୍ତ୍ରୀୟ ସଂଗୀତରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରତିବର୍ଷ ରାଜ୍ୟର ଜଣେ ବିଶିଷ୍ଟ ସଂଗୀତଜ୍ଞଙ୍କୁ ‘ସୁନନ୍ଦା ସମ୍ମାନ’ ପ୍ରଦାନ କରାଯିବ । ଏହାସହ ଶାସ୍ତ୍ରୀୟ ସଂଗୀତରେ ଉଚ୍ଚତର ଗବେଷଣା ଓ ଶିକ୍ଷାପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର୍’ ପ୍ରତିଷ୍ଠା କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାବାଦ୍ ପୁରୀ ଓ କଟକରେ ଥିବା ତାଙ୍କ ବାସଭବନକୁ ତାଙ୍କ ପରିବାର ଲୋକଙ୍କ ଅନୁମତିକ୍ରମେ ସ୍ମୃତି ସଦନ ଭାବେ ବିକଶିତ କରାଯିବ ।

କେବଳ ଏତିକି ନୁହେଁ ଗୁରୁମାଙ୍କ ସ୍ମୃତିକୁ ସମସ୍ତଙ୍କ ହୃଦୟରେ ସାଇତି ରଖିବା ପାଇଁ ସ୍ୱର୍ଗତ ସୁନନ୍ଦା ପଟ୍ଟନାୟକଙ୍କ ଦ୍ୱାରା ବିଭିନ୍ନ ବାଦ୍ୟ ଯନ୍ତ୍ର ଏବଂ ଅନ୍ୟାନ୍ୟ ଜିନିଷକୁ ଉତ୍କଳ ସଂଗୀତ ମହାବିଦ୍ୟାଳୟ ପରିସରରେ ଏକ ସ୍ୱତନ୍ତ୍ର ଗ୍ୟାଲେରୀରେ ସଂରକ୍ଷିତ ରଖିବାର ବ୍ୟବସ୍ଥା କରାଯିବ । ତେଣୁ ତାଙ୍କ ବ୍ୟବହୃତ ଜିନିଷକୁ ଦାନ କରିବା ପଇଁ ତାଙ୍କ ପରିବାରର ଲୋକଙ୍କୁ ଅନୁରୋଧ କରାଯିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe