ହିଞ୍ଜିଳି ଆସନରୁ ନାମାଙ୍କନପତ୍ର ଦାଖଲ କଲେ ନବୀନ ପଟ୍ଟନାୟକ । ବିଜେଡି ନେତାଙ୍କ ଉପସ୍ଥିତିରେ ଭରିଲେ ନାମାଙ୍କନ । 

258

କନକ ବ୍ୟୁରୋ : ହିଞ୍ଜିଳି ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ବିଜେଡି ପ୍ରାର୍ଥୀ ବିକ୍ରମ ଆରୁଖ, ବିଜେଡି ନେତା ଭି.କେ ପାଣ୍ଡିଆନ, ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର, ଆସ୍କା ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ ଏବଂ ଗଞ୍ଜାମ ଜିଲ୍ଲାର ଅନ୍ୟ ବିଜେଡି ପ୍ରାର୍ଥୀଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ । ଛତ୍ରପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କପତ୍ର ଦାଖଲ କରିଛନ୍ତି ନବୀନ  ।

ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ମା’ ତାରାତାରିଣୀଙ୍କ ଦର୍ଶନ କରି ଆଶୀର୍ବାଦ ନେଇଥିଲେ ନବୀନ । ତାରାତାରିଣୀ ପୀଠରେ ବେଶ କିଛି ସମୟ ରହିବା ସହ ପୂଜାର୍ଚ୍ଚନା କରିଥିଲେ ବିଜେଡି ସୁପ୍ରିମୋ । ନାମାଙ୍କନପତ୍ର ଦାଖଲ ପରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ବିଭିନ୍ନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ମେ ୨୦ରେ ଦ୍ୱିତୀୟ ପର୍ଯ୍ୟାୟରେ ହିଞ୍ଜିଳି ଆସନ ପାଇଁ ମତଦାନ ହେବାକୁ ଥିବା ବେଳେ ଷଷ୍ଠ ଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି । ଚଳିତ ଥର ୨ଟି ଆସନରୁ ପ୍ରାର୍ଥୀ ହୋଇଛନ୍ତି ନବୀନ । ହିଞ୍ଜିଳି ସମେତ କଣ୍ଟାବାଂଜି ଆସନରୁ ମୈଦାନକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ।