କନକ ବ୍ୟୁରୋ: ଅସୁସ୍ଥ ସାମ୍ବାଦିକଙ୍କ ଚିକିତ୍ସା ପାଇଁ ସ୍ୱତନ୍ତ୍ର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଢେଙ୍କାନାଳ ଜିଲ୍ଲାର ଜଣେ କର୍ମଜୀବୀ ସାମ୍ବାଦିକଙ୍କ କିଡନୀ ପ୍ରତିରୋପଣ ପାଇଁ ଆଜି ପ୍ରାରମ୍ଭିକ ସହୟତା ରାଶି ଭାବେ ୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତିସାମ୍ବାଦିକଙ୍କ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା । ଢେଙ୍କାନାଳ ଜିଲ୍ଲାର ଜଣେ କର୍ମଜାବୀ ସାମ୍ବାଦିକଙ୍କ କିଡନୀ ପ୍ରତିରୋପଣ ୨ ଲକ୍ଷ ଟଙ୍କା ପ୍ରଦାନ କଲେ ରାଜ୍ୟ ସରକାର ନବୀନ । ତେବେ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ରାଜ୍ୟ ସରକାରଙ୍କ ପରାମର୍ଶଦାତା ମାନସ ମଙ୍ଗରାଜ ଆଜି ଏହି ସହାୟତା ରାଶି ପ୍ରଦାନ କରିଛନ୍ତି ।

Advertisment

publive-image

ଦୈନିକ ପ୍ରମେୟ ଖବରକାଗଜର ଢେଙ୍କାନାଳ ଜିଲ୍ଲା ପ୍ରତିନିଧି ଆଦିତ୍ୟ ପଣ୍ଡା କିଡନୀ ରୋଗରେ ଆକ୍ରାନ୍ତ ହୋଇଥିବାରୁ ତାଙ୍କର ଦୁଇଟି ଯାକ କିଡନୀ ନଷ୍ଟ ହୋଇଯାଇଛି । ଆଦିତାଙ୍କ ଭଉଣୀ ତାଙ୍କୁ ଗୋଟିଏ କିଡନୀ ଦେବାକୁ ରାଜି ହୋଇଥିବା ବେଳେ କିଡନୀ ପ୍ରତ୍ୟରୋପଣ ପାଇଁ ୨ ଲକ୍ଷ ଟଙ୍କା ଆବଶ୍ୟକ । ତେବେ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଆଦିତ୍ୟଙ୍କୁ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ଆଜି ଶ୍ରୀ ମଙ୍ଗରାଜ ଏହି ସହାୟତା ରାଶି ପ୍ରଦାନ କରିଛନ୍ତି ।

publive-image

ତେବେ ଜଣେ ସାମ୍ବାଦିକ ଭାବେ ମାନସଙ୍କର ସାମ୍ବାଦିକଙ୍କ ପ୍ରତି ରହିଥିବା ସହୃଦୟତାକୁ ବିଭିନ୍ନ ମହଲରୁ ସ୍ୱାଗତ କରାଯାଉଥିବା ବେଳେ ସହାୟତା ପାଇଥିବା ସାମ୍ବାଦିକ ଆଦିତ୍ୟ ପଣ୍ଡା ମଧ୍ୟ କୃତଜ୍ଞତା ଜଣାଇଛନ୍ତି ।