ତାରାତାରିଣୀ ପୀଠରେ ମୁଖ୍ୟମନ୍ତ୍ରୀ… ମାଆ ତାରାତାରିଣୀଙ୍କ ନୂଆ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ସାମିଲ

154

କନକ ବ୍ୟୁରୋ : ତାରାତାରିଣୀ ପୀଠରେ ମୁଖ୍ୟମନ୍ତ୍ରୀ । ମାଆ ତାରାତାରିଣୀଙ୍କ ନୂଆ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ଅଧିଷ୍ଠାତ୍ରୀ ମା’ ତାରାତାରିଣୀଙ୍କ ପୀଠରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଗତକାଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ୍ ତାରତାରିଣୀ ପୀଠ ଗସ୍ତ କରି ଆୟୋଜନ ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସେଠାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ହୋଇଛି । ଏହି ଉତ୍ସବରେ ବିଧାୟକମାନଙ୍କ ସହ ନବନିର୍ବାଚିତ ଜନପ୍ରତିନିଧି ଓ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନେ ସାମିଲ୍ ହେବେ । ରାଜ୍ୟ ସରକାରଙ୍କ ପକ୍ଷରୁ ୧୧୭ କୋଟିରୁ ଅଧିକ ଟଙ୍କା ବ୍ୟୟରେ ମନ୍ଦିରର ଉନ୍ନତିକରଣ କରାଯାଇଛି ।

– ମେ’ ୧୫ରୁ ଆରମ୍ଭ ହୋଇଛି ମା’ ତାରାତାରିଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ
– ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ମନ୍ଦିର ପ୍ରତିଷ୍ଠା ଉତ୍ସବ ଚାଲିବ
– ଉତ୍ସବରେ ବିଭିନ୍ନ ସ୍ଥାନରୁ ବ୍ରାହ୍ମଣ ଓ ସାଧୁସନ୍ଥଙ୍କ ସମାଗମ ହୋଇଛି
– ୨୦୦୧ରେ ଭବ୍ୟ ମନ୍ଦିରର ପରିକଳ୍ପନା କରିଥିଲେ ମୁଖ୍ୟମନ୍ତ୍ରୀ
– ମନ୍ଦିରର ବିକାଶ ପାଇଁ ୩୫ ଲକ୍ଷ ଟଙ୍କା ମଞ୍ଜୁର କରିଥିଲେ ମୁଖ୍ୟମନ୍ତ୍ରୀ
– ୨୦୦୩ରେ ତାରାତାରିଣୀ ଉନ୍ନୟନ ବୋର୍ଡ ଗଠନ କରାଯାଇଥିଲା
– ତକ୍ରାଳୀନ ଗଞ୍ଜାମ ଜିଲ୍ଲାପାଳ ଭି.କେ ପାଣ୍ଡିଆନ୍ ମନ୍ଦିର ପୁନଃ ନିର୍ମାଣ କାମ ଆରମ୍ଭ କରାଇଥିଲେ
– ବିଶିଷ୍ଟ ସ୍ଥପତି ରଘୁନାଥ ମହାପାତ୍ର ନୂତମ ମନ୍ଦିର ନିର୍ମାଣ କାର୍ଯ୍ୟର ସ୍ପର୍ଶ ଦେଇଥିଲେ