ଆମ ଓଡ଼ିଶା, ନବୀନ ଓଡ଼ିଶା ଯୋଜନାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଖର୍ଚ୍ଚ ହେବ ମୋଟ ୩୩୯୭ କୋଟି ଟଙ୍କା ।

ଆମ ଓଡ଼ିଶା, ନବୀନ ଓଡ଼ିଶା ଯୋଜନାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଖର୍ଚ୍ଚ ହେବ ମୋଟ ୩୩୯୭ କୋଟି ଟଙ୍କା ।

କନକ ବ୍ୟୁରୋ: କନକ ବ୍ୟୁରୋ: ଆମ ଓଡ଼ିଶା, ନବୀନ ଓଡ଼ିଶା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଯୋଜନାରେ ପୂରା ରାଜ୍ୟରେ ମୋଟ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ୬୭୯୪ ପଞ୍ଚାୟତରେ କାର୍ଯ୍ୟକାରୀ ହେବ ୯୦୭୨୩ ପ୍ରକଳ୍ପ । ଏହି ଯୋଜନାରେ ପ୍ରତି ଗାଁକୁ ମିଳିବ ୧୦ ଲକ୍ଷ ଟଙ୍କା । କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଯୋଜନାର ଫୋକସରେ ରହିବ ପ୍ରତି ଗାଁ ଓ ପଞ୍ଚାୟତ ।

ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଏହି ଯୋଜନାର ଶୁଭାରମ୍ଭ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ୟ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହାସହ ନବୀନ କହିଛନ୍ତି, ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । ବ୍ୟାଙ୍କିଙ୍ଗ ସୁବିଧା ମିଳିବ। ଏହି କାର୍ୟ୍ୟକ୍ରମରେ ଗାଁର ପ୍ରାଥମିକ ସ୍କୁଲ ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ।

ଯୋଜନା ଶୁଭାରମ୍ଭର ପ୍ରଥମ ଦିନରେ କେନ୍ଦୁଝରର ୬ଟି ନିର୍ବାଚନ ମଣ୍ଡଳୀର ୨୯୭ଟି ଗ୍ରାମ ପଞ୍ଚାୟତର ୩୫୬୮ଟି ପ୍ରକଳ୍ପ ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ଭଦ୍ରକ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀର ୨୧୮ଟି ଗ୍ରାମ ପଞ୍ଚାୟତର ୩୩୩୭ଟି ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe