ବିଜୁ ସ୍ମାର୍ଟ ହେଲ୍ଥ କାର୍ଡରେ ଯୋଡି ହେଲା ସୋନପୁର ଜିଲ୍ଲା : ଭିଡିଓ କନଫରେସିଂ ଜରିଆରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ପାଖାପାଖି ଦେଢ ଲକ୍ଷ ହିତାଧିକାରୀ ହେବେ ଉପକୃତ

103

କନକ ବ୍ୟୁରୋ : ବିଜୁ ସ୍ମାର୍ଟ ହେଲ୍ଥ କାର୍ଡରେ ଯୋଡି ହେଲା ସୋନପୁର । ଭିଡିଓ କନଫରେସିଂ ଜରିଆରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ବିଭିନ୍ନ ବିଭାଗର ୬୭ଟି ଜନକଲ୍ୟାଣକାରୀ ଯୋଜନାର ମଧ୍ୟ ଉଦଘାଟନ କରିବା ସହ ୩୫ଟି ନୂତନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ସୁବର୍ଣ୍ଣପୁର ଜିଲ୍ଲାର ଏକ ଲକ୍ଷ ୫୦ ହଜାର ଓ ବୌଦ୍ଧର ୩ ଲକ୍ଷ ୭୨ ହଜାର ଲୋକ ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ପାଇବେ । ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ୩୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସୁବର୍ଣ୍ଣପୁରକୁ ମନ୍ଦିର ନଗରୀ ଭାବେ ବର୍ଣ୍ଣନା କରି ଏହାର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରିଥିଲେ ।

ଏହି ଜିଲ୍ଲାର ବୁଣାକାରମାନେ ନିଜ ଦକ୍ଷତା ଦ୍ବାରା ଓଡ଼ିଶାର ଗୌରବକୁ ଦେଶବିଦେଶରେ ପହଞ୍ଚାଇଛନ୍ତି ବୋଲି ସେ କହିଥିଲେ । ଜିଲ୍ଲାର ବିକାଶ ପାଇଁ ସେ ସମର୍ପିତ ବୋଲି ପ୍ରକାଶ କରିବା ସହିତ ମୁଖ୍ୟମନ୍ତ୍ରୀ କହିଲେ ଯେ ସୋନପୁରରେ ଏମ୍‌ଏସ୍‌ଏମ୍‌ଇ ପାର୍କ ପ୍ରତିଷ୍ଠା ଜରିଆରେ ଶିଳ୍ପ ବିକାଶ ପାଇଁ ପଦକ୍ଷେପ ନିଆଯାଇଛି । ତା’ ସହିତ ଜଳସେଚନ ଓ ସ୍ବାସ୍ଥ୍ୟ ସୁବିଧାର ବିକାଶ ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।