ବିଜୁ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନାରେ ଯୋଡିହେଲା କନ୍ଧମାଳ । ହିତାଧିକାରୀଙ୍କୁ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଗସ୍ତ ପୂର୍ବରୁ ୩୦ ବିଜେପି କର୍ମୀ ଓ ୨୦କଂଗ୍ରେସ କର୍ମୀଙ୍କୁ ଉଠାଇ ନେଲା ପୋଲିସ

82

କନକ ବ୍ୟୁରୋ : କନ୍ଧମାଳବାସୀଙ୍କୁ ସ୍ମାର୍ଟ ହେଲଥ କାର୍ଡ଼ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ଫଳରେ ବିଜୁ ସ୍ମାର୍ଟ ହେଲଥ କାର୍ଡ଼ ଯୋଜନାରେ ଯୋଡ଼ି ହୋଇଛି କନ୍ଧମାଳ । କନ୍ଧମାଳରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନ କରିଛନ୍ତି । ଜିଲ୍ଲାର ପ୍ରାୟ ୬ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ଅବସରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । କନ୍ଧମାଳର ହଳଦୀ ସାରା ବିଶ୍ୱରେ ବ୍ରାଣ୍ଡ ହୋଇପାରିଛି । ଇକୋ ଟୁରିଜିମ୍ ପାଇଁ କନ୍ଧମାଳ ଆକର୍ଷଣର କେନ୍ଦ୍ର ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ଭିତ୍ତିଭୂମି ବିକାଶ ଉପରେ ସରକାର ସ୍ୱତନ୍ତ୍ର ଫୋକସ ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।