ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କଲେ ନବୀନ: ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନେଇ ହେଲା ଆଲୋଚନା

98

କନକ ବ୍ୟୁରୋ: ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କଲେ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଭୟଙ୍କ ମଧ୍ୟରେ ହେଲା ଆଲୋଚନା । ଆଲୋଚନା ପରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ନବୀନ । କହିଲେ, ମହାମାରୀ ପରେ ଏହା ଥିଲା ସୌଜନ୍ୟମୂଳକ ସାକ୍ଷାତକାର । ରାଜ୍ୟର ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଛି । ଆଲୋଚନା ବେଳେ ପ୍ରଧାନମନ୍ତ୍ରୀଙ୍କୁ ସାହାଯ୍ୟ ମାଗିଛୁ । ଆଉ କିଛି ସମୟ ପରେ ଅମିତ ଶାହାଙ୍କୁ ଭେଟିବି କହିଲେ ନବୀନ ।