ଗୃହରେ ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି । ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ, ସମର୍ଥନ କଲେ ବିରୋଧୀ ।ଆସନ୍ତାକାଲି ଯାଏଁ ଗୃହ ମୁଲତବୀ

ଗୃହରେ ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି । ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ, ସମର୍ଥନ କଲେ ବିରୋଧୀ ।ଆସନ୍ତାକାଲି ଯାଏଁ ଗୃହ ମୁଲତବୀ

କନକ ବ୍ୟୁରୋ : ବଜେଟ ଅଧିବେଶନର ପ୍ରଥମ ଦିନରେ ଗୃହରେ ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ସଦସ୍ୟ ନବକିଶୋର ଦାସ, ଗଙ୍ଗାଧର ଦାସ ଓ ଅର୍ଜୁନ ଚରଣ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ବିଧାୟକ ଲକ୍ଷ୍ମଣ ମୁଣ୍ଡା ସମର୍ଥନ କରିବା ସହ ଦିବଙ୍ଗତଙ୍କ ଉଦ୍ଦେଶ୍ୟରେ ୧ ମିନିଟର ନୀରବ ପ୍ରାର୍ଥନା କରିଥିଲେ । ଆସନ୍ତାକାଲି ଯାଏଁ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି ।

ତେବେ ଆଜି ଗୃହ ଆରମ୍ଭରୁ ନବ ଦାସଙ୍କ ହତ୍ୟା ଓ ରାଜ୍ୟର ଆଇନଶୃଙ୍ଖଳା ସ୍ଥିତିକୁ ନେଇ ବିରୋଧୀ ଗୃହରେ ହଟ୍ଟଗୋଳ ସହ ନାରାବାଜି କରିଥିଲେ । ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ମୁଖ୍ୟ ବିରୋଧୀ ବିଜେପି କକ୍ଷତ୍ୟାଗ କରିଥିଲେ । ବିଧାନସଭା ବାହାରେ ବସି ପ୍ରତିବାଦ କରିଥିଲେ ବିଜେପି ବିଧାୟକ । ସେହିଭଳି କଂଗ୍ରେସ ବାଚସ୍ପତିଙ୍କ ପୋଡିୟମ ତଳେ ଧାରଣା ଦେଇଥିଲା । ଏମିତିକି ନବ ଦାସଙ୍କ ମୃତ୍ୟୁକୁ ନେଇ ସାଂଘାତିକ ଅଭିଯୋଗ ଆଣିଛନ୍ତି ବିରୋଧୀ ଦଳ ନେତା । ସରକାରଙ୍କ ଟାର୍ଗେଟ କରିବା ସହ ସିବିଆଇ ତଦନ୍ତ ଦାବି କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe