୧୮ ମାସରେ ସରିବ ବରମୁଣ୍ଡା ବସଷ୍ଟାଣ୍ଡର ନବୀକରଣ କାମ । ଖର୍ଚ୍ଚ ହେବ ୧୮୦ କୋଟି । ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ସୂଚନା ।

222

କନକ ବ୍ୟୁରୋ: ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେତେ ବାଟ ଆଗେଇଲାଣି ବସଷ୍ଟାଣ୍ଡ ଉନ୍ନତୀକରଣ କାମ । ବରମୁଣ୍ଡା ବସଷ୍ଟାଣ୍ଡରେ ପହଞ୍ଚି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ । ଆନ୍ତର୍ଜାତୀକ ସ୍ତରରେ ବସଷ୍ଟାଣ୍ଡ ପାଇଁ ରାଜ୍ୟ ସରକାର ଯୋଜନା କରିଥିଲେ ଆଉ କାମ କେତେ ଅଗ୍ରଗତୀ ହେଲା ବୁଲି ବୁଲି କାମ ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ତେବେ ୧୮ ମାସରେ ସରିବ ବରମୁଣ୍ଡା ବସଷ୍ଟାଣ୍ଡର ଉନ୍ନତୀକରଣ କାମ । ଏଥିପାଇଁ ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା । ନୂଆ ବସଷ୍ଟାଣ୍ଡ ଟର୍ମିନାଲ ପାଇଁ ଖର୍ଚ୍ଚ ହେବ ୧୮୦ କୋଟି । ସମୀକ୍ଷା ପରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ କରୋନା କାଳରେ ବସଷ୍ଟାଣ୍ଡର କାମ ଆରମ୍ଭ ହୋଇଥିଲା । ବରମୁଣ୍ଡା ବସଷ୍ଟାଣ୍ଡକୁ ରାଜ୍ୟ ବାହାରୁ ବି ଯାତ୍ରୀ ଆସୁଥିବାରୁ ତାର ସୌନ୍ଦର୍ଯ୍ୟକରଣ ପାଇଁ ସେପ୍ଟେମ୍ବର ୨୬, ୨୦୧୯ରେ ଏହି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ମାରିଥିଲା ।