ଜାଗା ମିଶନ ଜରିଆରେ ଭୂମିହୀନଙ୍କୁ ଜମି ପଟ୍ଟା ଦେଲେ ମୁଖ୍ୟମନ୍ତ୍ରୀ : ୫ ମହାନଗର ନିଗମର ୬୫ ହଜାର ପରିବାରକୁ ମିଳିଲା ଜମି ଅଧିକାର ପ୍ରମାଣ ପତ୍ର

200

କନକ ବ୍ୟୁରୋ : ଜାଗା ମିଶନ ଜରିଆରେ ଆଜି ମୁଖ୍ୟମନ୍ତ୍ରୀ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି । ରାଜ୍ୟର ୫ଟି ମହାନଗର ନିଗମର ୬୫ ହଜାର ବସ୍ତିବାସିନ୍ଦାଙ୍କୁ ଜମି ପଟ୍ଟା ମିଳିଛି । ଭୁବନେଶ୍ୱର, ବ୍ରହ୍ମପୁର, କଟକ, ସମ୍ବଲପୁର ଓ ରାଉରକେଲା ଆଦି ୫ ମହାନଗରନିଗମର ୮୭୫ ବସ୍ତିର ଲୋକଙ୍କୁ ଲ୍ୟାଣ୍ଡ ରାଇଟ୍ ସାର୍ଟିଫିକେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭୂମିହୀନଙ୍କୁ ପଟ୍ଟା ଦିଆଯାଇଛି ।

ସହରାଞ୍ଚଳର ବସ୍ତିରେ ରହୁଥିବା ଲୋକଙ୍କ ଜମି ଅଧିକାର ସ୍ୱପ୍ନକୁ ସାକାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜାଗା ମିଶନ ଜରିଆରେ ଲ୍ୟାଣ୍ଡ ରାଇଟ ସାର୍ଟିଫିକେଟ ପାଇବା ପରେ ଗରିବ ଲୋକ ମଧ୍ୟ ସ୍ୱାଭିମାନରେ ବଞ୍ଚି ପାରିବେ କହିଛନ୍ତି ନବୀନ ପଟ୍ଟନାୟକ । ୨୦୧୮ ମସିହାରେ ଆରମ୍ଭ ହୋଇଥିବା ଜାଗା ମିଶନ ଯୋଜନାରେ ବର୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ସହରର ୧ଲକ୍ଷ ୭୦ ହଜାର ପରିବାର ନୂଆ ପରିଚୟ ପାଇଛନ୍ତି । ରାଜ୍ୟ ସରକାରଙ୍କ ଜାଗା ମିଶନ ଯୋଜନା ନାକେବଳ ଓଡିଶା ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।