ମାଲକାନଗିରିରେ ୪ ଓ ଗଞ୍ଜାମରେ ୨ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ । ଶୋକସନ୍ତପ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଦେବାକୁ ନିର୍ଦ୍ଦେଶ ।

ମାଲକାନଗିରିରେ ୪ ଓ ଗଞ୍ଜାମରେ ୨ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ । ଶୋକସନ୍ତପ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଦେବାକୁ ନିର୍ଦ୍ଦେଶ ।

କନକ ବ୍ୟୁରୋ : ମାଲକାନଗିରିରେ କାଳବୈଶାଖୀରେ ୪ ଜଣଙ୍କ ମୃତ୍ୟୁ ଓ ଗଞ୍ଜାମ ଆର୍ଯ୍ୟପଲ୍ଲୀରେ ସମୁଦ୍ରରେ ବୁଡି ୨ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଶୋକସନ୍ତପ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟ ମାନଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏ ସହାୟତା ପ୍ରଦାନ କରିବା ପାଇଁ ସେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, କାଳବୈଶାଖୀ ଯୋଗୁ ମାଲକାନଗିରିରେ ଡଙ୍ଗା ବୁଡି ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏୟାରଷ୍ଟ୍ରିପର ପାଚେରୀ ଭୁଷୁଡି ଦୁଇଜଣଙ୍କ ମୃତ୍ୟୁ ଘଟିଛି । ଏତତ୍‌ବ୍ୟତିତ ଆହାତମାନଙ୍କୁ ବିନା ମୂଲ୍ୟରେ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ଗଂଜାମ ଜିଲ୍ଲାର ଛତ୍ରପୁର ବ୍ଲକରେ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ଗାଧେଇବା ବେଳେ ଦୁଇଜଣ ଛାତ୍ରୀଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଚାରି ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି । ମୃତ ଛାତ୍ରୀଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe