ଆନନ୍ଦର ପର୍ବ ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା: ବାଣ ନଫୁଟାଇ କେବଳ ଦୀପ ଜଳାଇ ଦୀପାବଳି ପାଳନ କରିବାକୁ କଲେ ଅନୁରୋଧ

420

କନକ ବ୍ୟୁରୋ: ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିକାଶର ଆଲୋକରେ ସମସ୍ତଙ୍କ ଜୀବନକୁ ଉଦ୍ଭାସିତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହୋଇ କାମ କରିବା ଏବଂ ଓଡ଼ିଶାର ଗୌରବକୁ ନୂତନ ଶିଖରରେ ପହଂଚାଇବା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଟୀକା ବାହାରିବା ପର୍ଯ୍ୟନ୍ତ କୋଭିଡ଼ି ନୀୟମ ପାଳନ କରିବା ପାଇଁ ସେ ଆହ୍ୱାନ ଦେଇଛନ୍ତି । ଠିକ୍ ଭାବରେ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଅତ୍ୟନ୍ତ ଜରୁରୀ ବୋଲି ସେ ଟୁଇଟ କରି କହିଛନ୍ତି । ବାଣ ନଫୁଟାଇ କେବଳ ଦୀପ ଜଳାଇ ଦୀପାବଳି ପାଳନ କରିବାକୁ ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।

ଏପଟେ ଦୀପାବଳିରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଟ୍ୱିଟ୍ କରି ଦେଶୀବାସୀଙ୍କ ସୁଖ ଓ ସଂବୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେହିପରି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାର ଲାଲ୍ ନେହେରୁଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ଏପଟେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କ ସମେତ ଦେଶ ବାହାରେ ରହୁଥିବା ପ୍ରବାସୀ ଭାରତୀୟଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ।