କନକ ବ୍ୟୁରୋ : ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି । ବରଗଡ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ପ୍ରତୀକ୍ଷିତ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ କ୍ୟାନ୍ସର ହସ୍ପିଟାଲର ଉଦଘାଟନ କରିଛନ୍ତି । ୧୬୭୭ କୋଟି ୪୨ ଲ କ୍ଷ ଟଙ୍କା ବ୍ୟୟରେ ନିର୍ମିତ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଜିଲ୍ଲାର ସବୁଜ ବିପ୍ଲବ ଆଣିବ ବୋଲି ଆଶା କରାଯାଉଛି । ସେହିପରି ୧୦୬ କୋଟି ୬ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଶହେ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲ ପଶ୍ଚିମ ଓଡିଶାର କର୍କଟ ରୋଗୀଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇଦେବ । ବରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ପ୍ରାୟ ୧୨୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୫ ମହଲା ବିଶିଷ୍ଟ କ୍ୟାନ୍ସର ହସ୍ପିଟାଲ ନିର୍ମାଣ ହୋଇଛି ।
ବରଗଡ ଗସ୍ତରେ ମୁଖ୍ୟମନ୍ତ୍ରୀ । ବହୁ ପ୍ରତିକ୍ଷିତ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ କଲେ ଲୋକାର୍ପଣ, ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲ ଉଦଘାଟିତ
/kanak/media/post_attachments/wp-content/uploads/2024/02/18-21.jpg)