କନକ ବ୍ୟୁରୋ : ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀରେ ରୋଡ ସୋ’ କରିଛନ୍ତି । ହଜାର ହଜାର ସମର୍ଥକଙ୍କ ଗହଣରେ ନବୀନ ପଟ୍ଟନାୟକ ରାଜଧାନୀର ପଳାଶପଲ୍ଲୀରୁ ରୋଡ ସୋ’ ଆରମ୍ଭ କରିଛନ୍ତି । ଭୁବନେଶ୍ୱର ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ସ୍ଥାନୀୟ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ନବୀନ ପଟ୍ଟନାୟକ ।
୨୦୧୯ ନିର୍ବାଚନ ଠାରୁ ୨୦୨୪ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଶ୍ ଆକ୍ସନମୋଡକୁ ଆସିଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲା ବୋଲି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରୁଛନ୍ତି । ଜନସଭାକୁ ଉଦବୋଧନ ଦେଇ ତାଙ୍କ ସରକାରର ସଫଳ ଯୋଜନା ବାବଦରେ ଲୋକଙ୍କ ମତ ନେବା ସହ ସଭା ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/05/16-14.jpg)