ତିନି ମେଡିକାଲ କଲେଜର ଅଗ୍ନି ସୁରକ୍ଷା ପାଇଁ ୪୫ ପଦବୀ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

154

କନକ ବ୍ୟୁରୋ : କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

ମଂଜୁରୀ ଲାଭ କରିଥିବା ଅଗ୍ନିଶମ ବିଭାଗର ଏହି ନୂତନ ପଦବୀଗୁଡିକ ହେଲା – ତିନି ଗୋଟି ଷ୍ଟେସନ ଅଫିସର, ଚାରିଗୋଟି ଲିଡିଂ ଫାୟାରମ୍ୟାନ୍, ତିନି ଗୋଟି ହାବିଲଦାର, ତିନି ଗୋଟି ଫାୟାରମ୍ୟାନ୍ ଡ୍ରାଇଭର ଏବଂ ୩୦ଟି ଫାୟାରମ୍ୟାନ୍ ପଦବୀ । ଏହି ନୂତନ ପଦବୀ ସୃଷ୍ଟି ଦ୍ୱାରା ଉପରୋକ୍ତ ତିନୋଟି ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ନିରାପତ୍ତା ଅଧିକ ସୁଦୃଢ ହୋଇପାରିବ ।