ବାତ୍ୟା ୟାସ୍ କ୍ଷୟକ୍ଷତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ସନ୍ଧ୍ୟା ସାଢେ ୬ଟାରେ ଗୁରତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ।

209

କନକ ବ୍ୟୁରୋ: ବାତ୍ୟା ୟାସର କ୍ଷୟକ୍ଷତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସନ୍ଧ୍ୟା ସାଢେ ୬ଟାରେ ମୁଖ୍ୟମନ୍ତ୍ରୀ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସହିତ ଏସଆରସି ପ୍ରଦୀପ ଜେନା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ ।

ଗତକାଲି ମଧ୍ୟ ମୁଖ୍ୟମନ୍ତ୍ରୀ ବାତ୍ୟା ମୁକାବିଲା ପାଇଁ ପ୍ରଶାସନ କିପରି ପ୍ରସ୍ତୁତ ଅଛି ସେନେଇ ସମୀକ୍ଷା କରିଥିଲେ । ଯେଉଁଥିରେ ସେ ଲୋକଙ୍କୁ ସୁରକ୍ଷାକୁ ଦୃଷ୍ଟି ଦେବାକୁ ପରାମର୍ଶ ଦେଇଥିଲେ । ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ହେଲେ ଏହା ଭିତରେ ବାତ୍ୟା ୟାସ୍ ଲ୍ୟାଣ୍ଡଫଲ କରିସାରିଛି । ଯାହାଦ୍ୱାରା ରାଜ୍ୟର କିଛି ଜିଲ୍ଲା ଗଭୀର ଭାବେ ପ୍ରଭାବିତ ହୋଇଛି । ଯାହାର କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀ ଆଜି ସମୀକ୍ଷା କରିବେ ।