ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ : କହିଲେ, ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ ଶୀଘ୍ର ଦୂର ହେଉ କୋଭିଡ ସଙ୍କଟ

152

କନକ ବ୍ୟୁରୋ : ଶ୍ରୀକ୍ଷେତ୍ର ପୁରୀରେ ପବିତ୍ର ରଥଯାତ୍ରା ଜାରି ରହିଛି । ଏହି ଅବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଟୁଇଟ କରି ନବୀନ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଂକଟ ଶୀଘ୍ର ଦୂର ହେଉ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।

ରଥଯାତ୍ରା ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି ଯେ, ଓଡ଼ିଶାର ସମସ୍ତ ଜନସାଧାରଣ ତଥା ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି । ଆଶା କରୁଛି ଯେ, ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତ ଦେଶବାସୀଙ୍କ ଜୀବନ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟରେ ପରିପୂର୍ଣ୍ଣ ରହିବ । ସେହିପରି ପ୍ରଧାନମନ୍ତ୍ରୀ ଟୁଇଟରେ କହିଛନ୍ତି, ସମସ୍ତଙ୍କ ଜୀବନ ସୁଖମୟ ହେଉ ।