ସମ୍ପତି ତାଲିକା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୯-୨୦ ପାଇଁଁ ସ୍ଥାବର-ଅସ୍ଥାବର ସମ୍ପତିର ଦେଲେ ହିସାବ । ୧କୋଟିରୁ ଅଧିକ ଟଙ୍କାର ଟର୍ମ ଡିପୋଜିଟ ସହ ରହିଛି ଅଢେଇ ଲକ୍ଷରୁ ଅଧିକ ମୂଲ୍ୟର ସୁନା ଗହଣା

ସମ୍ପତି ତାଲିକା ଦେଲେ ନବୀନ

390

କନକ ବ୍ୟୁରୋ : ନିଜ ସମ୍ପତିର ତାଲିକା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆର୍ଥିକ ବର୍ଷ ୨୦୧୯-୨୦୨୦ ଯାଏଁ ଏହି ତାଲିକା ସିଏମଓ ୱେବସାଇଟରେ ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ସ୍ଥାବର ଓ ଅସ୍ଥାବର ସମ୍ପତିର ତାଲିକା ଏଥିରେ ରହିଛି । ତଥ୍ୟ ଅନୁସାରେ, ଦିଲ୍ଲୀରେ ନବୀନ ପଟ୍ଟନାୟକଙ୍କ ୩ଟି ବ୍ୟାଙ୍କ ଆଂକାଉଟ ରହିଛି । ଦିଲ୍ଲୀର ଜନପଥ ବ୍ୟାଙ୍କ ଅଫ ଇଣ୍ଡିଆ ଆକାଉଂଟରେ ଅଛି ୧୬ ଲକ୍ଷ ୭୬ ହଜାର ୧୮ ଟଙ୍କା ୬୩ ପଇସା । ଏହି ବ୍ୟାଙ୍କର ଟର୍ମ ଡିପୋଜିଟ ଅଛି ଏକ କୋଟି ୩ ଲକ୍ଷ ୧୩ ହଜାର ୪୯୯ ଟଙ୍କା । ଦିଲ୍ଲୀର ପାର୍ଲାମେଂଟ ହାଉସ ଏସବିଆଇ ଶାଖାରେ ଅଛି ଏକ ହଜାର ୮ଶହ ୧୮ ଟଙ୍କା ।

ଭୁବନେଶ୍ୱର ଏସବିଆଇ ଶାଖାରେ ଜମା ଅଛି ୧୦ ଲକ୍ଷ ୫୬ ହଜାର ୮ଶହ ୮୮ ଟଙ୍କା । ନିଜ ନିର୍ବାଚନମଣ୍ଡଳୀରେ ହିଞ୍ଜିଳିରେ ଷ୍ଟେଟବ୍ୟାଙ୍କ ଶାଖାରେ ଅଛି ୬ ହଜାର ୭୪୬ ଟଙ୍କା । ନିର୍ବାଚନ ଉଦ୍ଦେଶ୍ୟରେ ଏହାକୁ ୨୦୧୪ ମସିହାରେ ଖୋଲାଯାଇଥିଲା । ଏହି ଶାଖାରେ ହିଁ ଆଉ ଏକ ଆଂକାଉଟରେ ୧୩ ହଜାର ୮୧୮ ଟଙ୍କା ଅଛି । ଏହା ୨୦୧୯ ନିର୍ବାଚନ ପାଇଁ ଖୋଲାଯାଇଥିଲା । ସେହିଭଳି ବରଗଡ ଏସବିଆଇ ଶାଖାରେ ୩୭ ହଜାର ଟଙ୍କା ଅଛି । ମୁଖ୍ୟମନ୍ତ୍ରୀଙ୍କ ରହିଛଇ ପ୍ରାୟ ୨ ଲକ୍ଷ ୮୯ ହଜାର ୫୮୭ ଟଙ୍କାର ସୁନାଗହଣା । ୧୯୮୦ ମସିହା ଆମ୍ବାସଡର କାରର ମୂଲ୍ୟ ପ୍ରାୟ ୮ ହଜାର ୯ଶହ ୫ଟଙ୍କା ଅଛି । ସେହିଭଳି ଦିଲ୍ଲୀ ଫରିଦବାଦରେ ଥିବା ଜମିବିକ୍ରୀ ଲାଗି ନବୀନ ଅଗ୍ରୀମ ଆଣିଛନ୍ତି ୧ କୋଟି ୨୫ ଲକ୍ଷ । ସ୍ଥାବର ସମ୍ପତି ମଧ୍ୟରେ ଭୁବନେଶ୍ୱର, ଦିଲ୍ଲୀ ଓ ହରିୟାଣାରେ ଜମି ଓ କୋଠା ଅଛି । ଫରିଦାବାଦରେ ଥିବା ଜମି ଓ କୋଠାର ମୂଳ୍ୟ ୧୦ କୋଟି ୭୫ ଲକ୍ଷ ୫୧ ହଜାର ୭୧ ଟଙ୍କା ବୋଲି ନବୀନ ଦର୍ଶାଇଛନ୍ତି । ଭୁବନେଶ୍ୱର ନବୀନ ନିବାସରେ ନବୀନଙ୍କ ଦସ୍ୱବ-ତୃତୀୟାଂଶ ସେୟାର ରହିଛି । ଏହାର ମୂଲ୍ୟ ୯ କୋଟି ୫୨ ଲକ୍ଷ ୪୬ ହଜାର ୧୯୦ ଟଙ୍କା । ଦିଲ୍ଲୀର ଏପିଜେ ଅବଦୁଲ କଲାମ ରୋଡରେ ସମ୍ପତିରେ ନବୀନଙ୍କ ୫୦ ପ୍ରତିଶତ ସେୟାର ରହିଛି । ଏହାର ମୂଲ୍ୟ ପ୍ରାୟ ୪୩ କୋଟି, ୩୬ ଲକ୍ଷ, ୧୮ ହଜାର ଟଙ୍କା ହେବ ।