ବେଦ ପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ ପରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ! କହିଲେ, ତାଙ୍କ ପରି ଜଣେ ମାର୍ଗଦର୍ଶକଙ୍କୁ ହରାଇବା ବ୍ୟକ୍ତିଗତ ଭାବେ ଓ ଦଳ ପାଇଁ ଅପୂରଣୀୟ କ୍ଷତି

304

କନକ ବ୍ୟୁରୋ : ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ ବିଜୁ ବାବୁଙ୍କ ଘନିଷ୍ଠ ଥିଲେ ଓ ଦୀର୍ଘ ଦିନ ଧରି ଲୋକଙ୍କ ପାଇଁ କାମ କରିଛନ୍ତି । ତାଙ୍କ ପରି ଜଣେ ମାର୍ଗଦର୍ଶକଙ୍କ ହରାଇବା ବ୍ୟକ୍ତିଗତ ଭାବେ ଓ ଦଳ ପାଇଁ ଅପୂରଣୀୟ କ୍ଷତି । ଏହି ଦୁଃଖଦ ସମୟରେ ସ୍ବର୍ଗୀୟ ବେଦ ପ୍ରକାଶଙ୍କ ପରିବାର ଲୋକଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ନବନ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ କେନ୍ଦ୍ରାପଡ଼ା ଏବଂ ତାଙ୍କୁ ଭଲପାଉଥିବା ଓ ସମ୍ମାନ ଦେଇଆସିଥିବା ପାଟକୁରାବାସୀଙ୍କ ସହ ମୁଁ ଛିଡ଼ା ହୋଇଛି ବୋଲି କହିଛନ୍ତି ।

ରାଜ୍ୟସଭା ସାଂସଦ ସୌମ୍ୟରଞ୍ଜନ ପଟ୍ଟନାୟକ ମଧ୍ୟ ବିରିଷ୍ଠ ବିଜେଡ଼ି ନେତା ବେଦପ୍ରକାଶଙ୍କ ଦେହାନ୍ତରେ ଶୋକପ୍ରକାଶ କରିଛନ୍ତି । ଅମର ଆତ୍ମାର ସଦଗତି ପ୍ରକାଶ କଲେ ସହ ସେ କହିଛନ୍ତି ବିଜୁ ବାବୁଙ୍କ ଅମଳର ସେ ଜଣେ ବରିଷ୍ଠ ନେତା ଥିଲେ । ତାଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ମର୍ମାହତ । ତାଙ୍କ ସହ ବ୍ୟକ୍ତିଗତ ସମ୍ପର୍କ ବେଶ ସୁଦୃଢ଼ ଥିଲା । ତାଙ୍କ ବିୟୋଗ ଦଳ ପାଇଁ ଅପୂରଣୀୟ କ୍ଷତି ।

ସେପଟେ ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟୁଇଟ କରି ଶୋକସନ୍ତପ ପରିବାରକୁ ସାନ୍ତ୍ୱନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ସେହିପରି କେନ୍ଦ୍ରାପଡା ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହ ମଧ୍ୟ ତାଙ୍କୁ ଜଣେ ଭଲ ମଣିଷ ବୋଲି ବର୍ଣ୍ରନା କରି ଶ୍ରଦ୍ଧାଂଜଳୀ ଜ୍ଞାପନ କରିଛନ୍ତି । ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ଓ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ।