କନକ ବ୍ୟୁରୋ : ସହରାଂଚଳ ଉଠାଦୋକାନୀଙ୍କ ପାଇଁ ପ୍ୟାକେଜ ଘୋଷଣା । ୨୬ କୋଟି ୨୯ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି । ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ ରହିଛି । ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଡାଉନ୍ ଯୋଗୁଁ ସହରାଞ୍ଚଳର ଉଠାଦୋକାନୀଙ୍କମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି ।
ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀଙ୍କ ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କରିଛନ୍ତି । ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ ଉପକୃତ ହେବେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/06/14-5.jpg)