ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ । ବିଦା ହେଲେ ଆଉ ୬ ଅଧିକାରୀ, ୧୦ ଜଣଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର ।

847

କନକ ବ୍ୟୁରୋ : ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ । ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା ନୀତି ଉପରେ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି । ଦୁର୍ନୀତି ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ସ୍ୱରୂପ ମୁଖ୍ୟମନ୍ତ୍ରୀ ଆଜି ୬ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ କରିବା ସହ ୫ ଜଣଙ୍କ ପେନସନ ସୁବିଧା ସ୍ଥାୟୀ ଭାବରେ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଗତ ଦୁଇ ମାସ ମଧ୍ୟରେ ୪୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ କରାଯାଇଛି । ସେହିପରି ୧୧ ଜଣଙ୍କ ପେନସନ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି ଓ ୧୦ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ସ୍ଥାୟୀ ଭାବରେ ପେନସନ ବନ୍ଦ ହୋଇଥିବା ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ୩ ଜଣ ଓଏଏସ ଅଧିକାରୀ । ଏହିସବୁ ଅଧିକାରୀ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।