କନକ ବ୍ୟୁରୋ: କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆଜି ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି । ମହାପ୍ରଭୁଙ୍କ ତିନି ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେବାୟତ, ପ୍ରଶାସନ ଓ ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ ବାହିନୀକୁ ଧନ୍ୟବାଦ ଜଣାଇଛନ୍ତି ।
ସେହିପରି ରଥଯାତ୍ରା ଯେପରି ସୁରୁଖୁରୁରେ ସମ୍ପନ୍ନ ହେବ ସେଥିପାଇଁ ଦିନରାତି କାମ କରିିଥିବା ଶ୍ରୀମନ୍ଦିର ପ୍ରଶାସନ, ପୁରୀ ଜିଲ୍ଲା ପ୍ରଶାସନ, ପୋଲିସ ତଥା ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗର କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଛନ୍ତି । ସବୁପରେ କୋଭିଡ୍ କଟକଣାରେ ଆଜିର ଗୁଣ୍ଡିଚା ଯାତ୍ରାରେ ପୁରୀର ଜନସାଧାରଣ ଯେପରି ଶୃଙ୍ଖଳାର ପରକାଷ୍ଠା ଦେଖାଇଛନ୍ତି ତାହା ନିଶ୍ଚୟ ଭାବରେ ଅନ୍ୟମାନଙ୍କ ପାଇଁ ପ୍ରେରଣାଦାୟକ ବୋଲି ବର୍ଣ୍ଣନା କରିବା ସହିତ ମୁଖ୍ୟମନ୍ତ୍ରୀ ପୁରୀବାସୀଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/07/9-12.jpg)