ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିନିକିଆ ବଲାଙ୍ଗୀର ଗସ୍ତ !

37

କନକ ବ୍ୟୁରୋ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ବଲାଙ୍ଗୀର ଗସ୍ତ କରିଛନ୍ତି । ବିଭିନ୍ନ ଜନ କଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ ଆଶଙ୍କାରେ ୪୦ଜଣ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଅଟକ ରଖିଛି ପୁଲିସ । ଏହା ସହ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ୫୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ବଲାଙ୍ଗୀର ଟାଉନ୍ ପାଇଁ ଜଳଯୋଗାଣ ପ୍ରକଳ୍ପ, ୧୨୫ ଶଯ୍ୟା ବିଶିଷ୍ଟ ମା’ ଓ ଶିଶୁ ଚିକିତ୍ସା ହସପିଟାଲ, ମାଧିଆପଲ୍ଲୀ ଓ ସୋନଗଡରେ ନିର୍ମିତ ହାଇଲେଭଲ ସେତୁର ଉଦଘାଟନ କରୁଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଦେଓଗାଁ ବ୍ଲକର ପାଣ୍ଡେଲରେ ଯୋର ନାଳ ଉପରେ ସେତୁ, ଲୋଇସିଙ୍ଗା-ଭରସୁଜା ରାସ୍ତାରେ ଅଙ୍ଗ ନଦୀ ଉପରେ ହାଇଲେଭଲ ସେତୁର ଭିତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।