ଜଗତସିଂହପୁରରେ ବହୁ ପ୍ରକଳ୍ପ ଉଦଘାଟନ୍ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ : ସୁରକ୍ଷା ପାଇଁ ୨୦ ପ୍ଲାଟୁନ ଫୋର୍ସ ମୁତୟନ

30

ଜଗତସିଂହପୁର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜଗତସିଂହପୁର ଗସ୍ତ କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଏହି ଗସ୍ତ ସମୟରେ ଏକାଧିକ ପ୍ରକଳ୍ପର ଉଦଘାଟନ୍ ଓ ଶିଳାନ୍ୟାସ କରିବା ସହ ସାଧାରଣ ସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଆଜି ମଧ୍ୟାହ୍ନ ୧୧ଟା ବେଳେ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ହେଲକପ୍ଟର ଯୋଗେ ପହଂଚିବ ।

ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ ଆଶଙ୍କାରେ ଜିଲ୍ଲା ଯୁବ କଂଗ୍ରେସ ସଭାପତିଙ୍କୁ ନାଉଗାଁ ଥାନାରେ ଅଟକ ରଖିଛି ପୁଲିସ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡା କଡି କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ସହରରେ ୨୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ନିଜେ ଏସପି ସୁରକ୍ଷା ଦାୟିତ୍ୱର ତଦାରଖ କରୁଥିବା ନେଇ ସୂଚନା ଦେଇଛନ୍ତି ଏସଡିପିଓ ।