ଦାମଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ । ପୁଷ୍ପମାଲ୍ୟ ସହ ଦେଲେ ଶ୍ରଦ୍ଧାଞ୍ଜଳି।

341

କନକ ବ୍ୟୁରୋ: ଶଂଖ ଭବନରେ ରହିଛି ଦାମୋଦର ରାଉତଙ୍କ ପାର୍ଥୀବ ଶରୀର । ଏଠାରେ ତାଙ୍କୁ ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଫାଇଭ ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ , ବିଧାୟକ ଓ ବରିଷ୍ଠ ନେତୃବୃନ୍ଦ ମଧ୍ୟ ତାଙ୍କର ଶେଷ ଦର୍ଶନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଦୀର୍ଘଦିନ କାର୍ଯ୍ୟ କରିଥିଲେ ବରିଷ୍ଠ ନେତା ଦାମୋଦର ରାଉତ । ଏହା ପୂର୍ବରୁ ମଧ୍ୟ ମୁଖ୍ୟମନ୍ତ୍ରୀ ଦାମଙ୍କ ବିୟୋଗରେ ଟ୍ୱିଟ୍ ଜରିଆରେ ଶୋକ ପ୍ରକାଶ କରିବା ସହ ତାଙ୍କ କାର୍ଯ୍ୟ ଦକ୍ଷତାକୁ ସ୍ମରଣ କରିଥିଲେ ଏବଂ ତାଙ୍କର ବିୟୋଗ ରାଜ୍ୟ ରାଜନୀତିରେ ଅପୂରଣୀୟ କ୍ଷତି ବୋଲି କହିଥିଲେ ।