ଆସନ୍ତା ୧୬ରେ ସୁନ୍ଦରଗଡ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରହିଛି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ 

Advertisment
ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ । ପରିବାରକୁ ସମବେଦନା ଜଣାଇଲେ ନବୀନ
କନକ ବ୍ୟୁରୋ : ଆସନ୍ତା ୧୬ରେ ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁନ୍ଦରଗଡ଼ ଜିଲ୍ଲାର ବିକାଶର ଧାରାକୁ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଉରକେଲା ଗସ୍ତ କରୁଛନ୍ତି । ଏହି ଅବସରରେ ସେ ଜିଲ୍ଲାବାସୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତିପ୍ରସ୍ତର ସ୍ଥାପନ କରିବେ ।
ତେବେ ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ୮ଶହ ୩୪ ଦଶମିକ ୨୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ୧୬୮ଟି ପ୍ରକଳ୍ପ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହା ସହ ୩ହଜାର ୯ଶହ ୫୮ ଦଶମିକ ୭୬ କୋଟିର, ୨୪୦ଟି ପ୍ରକଳ୍ପ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ସୁନ୍ଦରଗଡ଼ ଜିଲ୍ଲା ବିଜେଡ଼ିରେ ଉତ୍ସାହ ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ୧୭ ଜଣ ମନ୍ତ୍ରୀ ଓ ୭୦ଜଣ ବିଧାୟକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସମସ୍ତ ପ୍ରକାର ପ୍ରସ୍ତ୍ୁତି କରିବେ ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe