କନକ ବ୍ୟୁରୋ : ଜୟଦେବ ନିର୍ବାଚନ ମଣ୍ଡଳୀ ନିମନ୍ତେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ୧୫ ଶହ ଅଧିକାରୀ ଓ କର୍ମଚାରୀ ମାନଙ୍କର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜି ଭୁବନେଶ୍ୱର ଉପଖଣ୍ଡଠାରେ ଆୟୋଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ୬୬ ଜଣ ନିୟୋଜିତ କର୍ମଚାରୀ ଅନୁପସ୍ଥିତ ଥିଲେ ।
ଏଭଳି ଘଟଣାକୁ ଗୁରୁତର ସହ ବିବେଚନା କରି ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳ, ଅନୁପସ୍ଥିତ କର୍ମଚାରୀଙ୍କୁ ଆସନ୍ତାକାଲି ଭୁବନେଶ୍ୱର ଉପଜିଲ୍ଲାପାଳଙ୍କ ନିକଟରେ ହାଜର କରାଇବା ପାଇଁ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନିର୍ବାଚନ ଜନିତ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/04/722005-evm1.jpg)