କୋଟିପତି ପିଏସ ବିରଞ୍ଚି ନାରାୟଣ ସାହୁଙ୍କୁ ବାଧ୍ୟତାମୂଳକ ଅବସର । ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର ।

352

କନକ ବ୍ୟୁରୋ: କୋଟିପତି ପିଏସ ବିରଞ୍ଚି ନାରାୟଣ ସାହୁଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର । ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବିରଞ୍ଚିଙ୍କୁ ଗିରଫ କରିଛି ଭିଜିଲାନ୍ସ । ସେପଟେ ଆଜି ଓଏସଏସସି ମଧ୍ୟ ବିରଞ୍ଚିଙ୍କୁ ନିଲମ୍ବନ କରିଛି ।

ବିରଞ୍ଚିଙ୍କୁ ନିଲମ୍ବନ କରିବା ସହ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସରକାରଙ୍କୁ ସୁପାରିଶ କରିଛି ଓଏସଏସସି । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା ବିରଞ୍ଚିଙ୍କ ଠାରୁ ସାଢେ ୩ କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ।

ବିରଞ୍ଚି ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କର ବିଭିନ୍ନ ଠିକଣାରେ ଜୁଲାଇ ୩୦ ତାରିଖରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ଚଢ଼ାଉ ପରେ ସାମନାକୁ ଆସିଥିଲା ତାଙ୍କର କୁବେର ଭଳି ସମ୍ପତ୍ତିର ହିସାବ । ଏହାସହ ବିପୁଳ ପରିମାଣର ସୁନା ଗହଣା ମଧ୍ୟ ଜବତ ହୋଇଥିଲା । ଏତେ ସମ୍ପତ୍ତି ଠାବ କରିବା ପରେ ତାଙ୍କୁ ଗିରଫ କରିଥିଲା ଭିଜିଲାନ୍ସ ।