ଘନୀଭୂତ ହେଉଛି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ। କିଛି ଘଣ୍ଟା ଭିତରେ ଲଘୁଚାପରେ ପରିଣତ ହେବା ଆଶଙ୍କା।

Advertisment
ଘନୀଭୂତ ହେଉଛି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ। କିଛି ଘଣ୍ଟା ଭିତରେ ଲଘୁଚାପରେ ପରିଣତ ହେବା ଆଶଙ୍କା।

କନକ ବ୍ୟୁରୋ: ଅଧିକ ଘନୀଭୂତ ହେଉଛି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ କିଛି ଘଣ୍ଟା ଭିତରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ୯ ତାରିଖ ବେଳକୁ ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ । ଏହା ପରେ ଅବପାତଟି ଆହୁରି ଘନୀଭୂତ ହେବା ସହ ବାତ୍ୟାର ରୂପ ନେବ । ଉତ୍ତର ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗର ମୁହାଁ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସୃଷ୍ଟି ହୋଇଥିବା ସିଷ୍ଟମ ଉପରେ ପାଣିପାଗ ବିଭାଗ ନିୟମିତ ନଜର ରଖିଥିବା ବେଳେ ବାତ୍ୟାର ତୀବ୍ରତା, ଗତିପଥ ଏବଂ ଏହା କେଉଁ ଦିଗ ଦେଇ ଗତି କରିବ ତାହା ଲଘୁଚାପ ସୃଷ୍ଟି ହେବା ପରେ ସ୍ପଷ୍ଟ ହେବ ବୋଲି ଆଇଏମ୍ଡି ପକ୍ଷରୁ କୁହାଯାଇଛି ।
ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପକୁ ଦୃଷ୍ଟିରେ ରଖି ଆଜିଠାରୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର, ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି । ଅନ୍ୟପଟେ ଆଜିଠୁ ରାଜ୍ୟରେ ପାଗ ଶୁଖିଲା ରହିବ । ଟାଣ ଖରା ହେବା ସହ ତାପମାତ୍ରା ବୃଦ୍ଧି ପାଇବ । ଆସନ୍ତା ୪ରୁ ୫ ଦିନରେ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ପାଖାପାଖି ୩ରୁ ୫ ଡିଗ୍ରୀ ଯାଏଁ ବଢିବା ସମ୍ଭାବନା ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe