ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ । ଦଳମତ ନିର୍ବିଶେଷରେ ରାଣୀ ମାଙ୍କୁ ଝୁରୁଛନ୍ତି ସମସ୍ତେ ।

145

କନକ ବ୍ୟୁରୋ: ଖଲ୍ଲିକୋଟ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ଛତିଶଗଡ଼ ରାଜ୍ୟପାଳ, କେନ୍ଦ୍ରମନ୍ତ୍ର ଧର୍ମେନ୍ଦ୍ର ପ୍ରଧାନ, ବିଜେଡି ସାଂଗଠନିକ ସମ୍ପାଦକ, ବିରୋଧି ଦଳ ନେତାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ଦୀର୍ଘ ସମୟ ଧରି ବିଧାୟିକା ଭାବେ ଓଡ଼ିଶାର ଜନମାନସରେ ସେ ସୁପରିଚିତ ଥିଲେ । ତାଙ୍କ ବିୟୋଗରେ ରାଜ୍ୟ ଜଣେ ସ୍ପଷ୍ଟବାଦୀ ନେତ୍ରୀଙ୍କୁ ହରାଇଛି ବୋଲି ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରି ଉଲ୍ଲେଖ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ । ରାଜ୍ୟ ରାଜନୀତି ଜଗତରେ ଜନପ୍ରତିନିଧି ଭାବେ ତାଙ୍କର ଲୋକସେବା କାର୍ଯ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇ ରହିବ ଉଲ୍ଲେଖ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।