ବିଜେପୁର ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ କଂଗ୍ରେସ ପ୍ରାର୍ଥୀ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିରାଡମ୍ବର ଭାବେ ଆସି ପ୍ରାର୍ଥୀପତ୍ର ଦାଖଲ କଲେ ଦିଲ୍ଲୀପ ପଣ୍ଡା

ବିଜେପୁର ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ କଂଗ୍ରେସ ପ୍ରାର୍ଥୀ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିରାଡମ୍ବର ଭାବେ ଆସି ପ୍ରାର୍ଥୀପତ୍ର ଦାଖଲ କଲେ ଦିଲ୍ଲୀପ ପଣ୍ଡା

କନକ ବ୍ୟୁରୋ: ବିଜେପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି  କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡା । ନିରାଡମ୍ବର ଭାବେ ଆସି ଉପଜିଲ୍ଳାପାଳଙ୍କ ଅଫିସରେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ଦିଲ୍ଲୀପ ପଣ୍ଡା ।  କିଛି ସମୟ ପରେ ବିଜେଡି ଓ ବିଜେପି ପ୍ରାର୍ଥୀ ନାମାଙ୍କନ ଭରିବେ । ନାମାଙ୍କନ ପୂର୍ବରୁ ଶୋଭାଯାତ୍ରାରେ ବାହାରିଛନ୍ତି ନେତା । ବିଜେଡିର ରୀତା ସାହୁ ଶୋଭାଯାତ୍ରାରେ ବାହାରିଛନ୍ତି । ଏହା ପରେ ବିଜେପିର ସନତ ଗଡ଼ତିଆ ନାମାଙ୍କନ ଭରିବେ  ।  ଦୁଇ ପୁରୁଣା ମୁହଁ ବିଜେଡିର ରୀତା ସାହୁ, ବିଜେପିର ସନତ ଗଡ଼ତିଆଙ୍କ ସହ କଂଗ୍ରେସର ନୂଆ ମୁହଁ ଦିଲ୍ଲୀପ ପଣ୍ଡାଙ୍କ ମଧ୍ୟରେ ମୁକାବିଲା ଲାଗି କ୍ଷେତ୍ର ପ୍ରସ୍ତୁତ ହୋଇଛି  ।

publive-image

ଆସନ୍ତା ୨୧ ତାରିଖରେ ବିଜେପୁର ଉପ-ନିର୍ବାଚନ ପାଇଁ ପଡ଼ିବ ଭୋଟ୍  । ମତଦାନର ୩ ଦିନ ପରେ ଅର୍ଥାତ୍ ୨୪ ତାରିଖରେ ଭୋଟ୍ ଗଣତି ହେବ  । ବିଧାନସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁରରୁ ଆସନରୁ ଲଢ଼ି ବିପୁଳ ଭୋଟରେ ବିଜୟୀ ହୋଇଥିଲେ  । ତେବେ ନବୀନ ଉଭୟ ହିଞ୍ଜିଳି ଓ ବିଜେପୁରରୁ ବିଜୟୀ ହୋଇଥିଲେ  । ପରେ ବିିଜେଡି ସୁପ୍ରିମୋ ବିଜେପୁର ଆସନ ଛାଡ଼ିଥିଲେ, ଫଳରେ ଏଠାରେ ଉପନିର୍ବାଚନ କରାଯାଉଛି  ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe