କନକ ବ୍ୟୁରୋ : ତୈଳ ଦର ବୃଦ୍ଧି ପ୍ରତ୍ୟାହାର ଦାବିରେ କଂଗ୍ରେସର ପ୍ରତିବାଦ । ସାରା ରାଜ୍ୟରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ୪ଘଂଟା ପାଇଁ ସମସ୍ତ ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ପକ୍ଷରୁ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ । ତେଲ ଦର ନକମିଲେ ଆଗକୁ ଆନ୍ଦୋଳନ ଆହୁରି ଜୋରଦାର କରାଯିବ କଂଗ୍ରେସ ଚେତାବନୀ ଦେଇଛି । ରାଜଧାନୀରେ ସମସ୍ତ ପେଟ୍ରୋଲ ପମ୍ପ ଆଗରେ ଧାରଣା ଦେଇଛି କଂଗ୍ରେସ ।
ସେହିପରି ମାଲକାନଗିରି ଜିଲ୍ଲାରେ ଥିବା ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ପ୍ରତିବାଦ କରିଛି । ତେଲ ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛି କଂଗ୍ରେସ । ଦିନକୁ ଦିନ ଦେଶରେ ତେଲ ଦର ବୃଦ୍ଧି ପାଉଥିବା ବେଳେ ସାଧାରଣ ଲୋକ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଯାହାର ପ୍ରତିବାଦ କରିଛି କଂଗ୍ରେସ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/06/8-5.jpg)