କନକ ବ୍ୟୁରୋ : ଝାରସୁଗୁଡା ଉପ-ନିର୍ବାଚନ ପାଇଁ ଆସନ୍ତାକାଲି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ତେବେ ଉପ-ନିର୍ବାଚନ ପାଇଁ ଉଭୟ ବିଜେପି ଓ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେପି ନିଜର ପ୍ରାର୍ଥୀ ଏଯାଏଁ ଘୋଷଣା କରିନି । ଅନ୍ୟପଟେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ଆସନ୍ତା ୧୫ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ । ସେହିଭଳି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ । ଏନେଇ ସୂଚନା ଦେଇଛନ୍ତି ଝାରସୁଗୁଡାର ଦଳୀୟ ପର୍ଯ୍ୟବେକ୍ଷକ ଦେବୀ ପ୍ରସାଦ ମିଶ୍ର ।

Advertisment

ଉଭୟ କଂଗ୍ରେସ ଓ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ତାରିଖ ଘୋଷଣା ହୋଇଥିବା ବେଳେ ବିଜେପି ଏଯାଏଁ ନିଜର ପ୍ରାର୍ଥୀ ଘୋଷଣା କରିନି । ଖୁବଶୀଘ୍ର ଦଳୀୟ ପ୍ରାର୍ଥୀ ଘୋଷଣା କରାଯିବ ବୋଲି ଦଳୀୟ ବିଧାୟକ ସୁବାସ ପାଣିଗ୍ରାହୀ କହିଥିଲେ । କିନ୍ତୁ ପ୍ରାର୍ଥୀ ଘୋଷଣାରେ ବିଳମ୍ବ କାରଣରୁ ଝାରସୁଗୁଡା ପାଇଁ କିଏ ଦଳୀୟ ପ୍ରାର୍ଥୀ ହେବ ତାହାକୁ ନେଇ ଚୂଡାନ୍ତ ନିଷ୍ପତ୍ତି ହୋଇପାରୁନଥିବା ଚର୍ଚ୍ଚା ହେଉଛି । ଆସନ୍ତା ମେ’ ୧୦ରେ ଝାରସୁଗୁଡା ପାଇଁ ଉପ-ନିର୍ବାଚନ ହେବାକୁ ଥିବା ବେଳେ ମେ’ ୧୩ରେ ଫଳାଫଳ ଆସିବ । ଏହି ଝାରସୁଗୁଡା ଆସନକୁ ଅକ୍ତିଆର କରିବାକୁ ୩ ପ୍ରମୁଖ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି ।