କନକ ବ୍ୟୁରୋ: ଉତ୍ତରପ୍ରଦେଶର ସବୁଠୁ ଚର୍ଚ୍ଚିତ ଆସନ ତଥା କଂଗ୍ରେସ ଗଡ଼ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ଏଥର ଆମେଥି ଛାଡ଼ି ରାୟବରେଲିରୁ ନିର୍ବାଚନ ଲଢ଼ିବେ ରାହୁଲ ଗାନ୍ଧୀ । ଆମେଥି ଆସନରେ କିଶୋରୀ ଲାଲ ଶର୍ମାଙ୍କୁ ପ୍ରାର୍ଥୀ କରିଛି ଦଳ । ସେହିପରି ପ୍ରିୟଙ୍କା ଗାନ୍ଧୀ ଚଳିତ ନିର୍ବାଚନ ଲଢ଼ିବେନି ବୋଲି ମଧ୍ୟ ସ୍ପଷ୍ଟ ହୋଇଛି ।
ଉତ୍ତରପ୍ରଦେଶର ଏହି ଦୁଇଟି ଆସନ କଂଗ୍ରେସ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ରାୟବରେଲିରେ ସୋନିଆ ଗାନ୍ଧୀ ଲଗାତାର ଜିତିଆସୁଥିବା ବେଳେ ଚଳିତ ଥର ସେ ପ୍ରତ୍ୟକ୍ଷ ନିର୍ବାଚନ ନ ଲଢ଼ି ରାଜ୍ୟସଭାରୁ ସଂସଦ ଯାଇଛନ୍ତି । ତାଙ୍କ ସ୍ଥାନରେ ଏଥର ରାହୁଲ ଗାନ୍ଧୀଙ୍କୁ ପ୍ରାର୍ଥୀ କରିଛି ଦଳ । ସେହିପରି ଆମେଥି ଆସନରେ ୨୦୦୪ରୁ ରାହୁଲ ଜିତି ଆସୁଥିବା ବେଳେ ୨୦୧୯ରେ ଏହି ବିଜୟରେ ବ୍ରେକ ଲଗାଇଥିଲେ ସ୍କୃତି ଇରାନୀ । ଚଳିତ ଥର ମଧ୍ୟ ସ୍ମୃତି ଇରାନୀଙ୍କୁ ପ୍ରାର୍ଥୀ କରିଛି ବିଜେପି । ତେବେ ଚଳିତ ନିର୍ବାଚନରେ ଏହି ଆସନରେ ସ୍ମୃତିଙ୍କୁ ଟକ୍କର ଦେବେ କଂଗ୍ରେସର କିଶୋରୀ ଲାଲ ଶର୍ମା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/05/2-5.jpg)