ବିଜେଡି ମୁହାଁ ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ

21

ଭୁବନେଶ୍ୱର ବ୍ୟୁରୋ, କନକ ନ୍ୟୁଜ୍ : ବିଜେପି ଓ କଂଗ୍ରେସ ଛାଡି ବିଜେଡିରେ ସାମିଲ ହେଲେ ଶତାଧୀକ କର୍ମୀ । ଏନେଇ ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ କର୍ମୀମାନେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ଏମାନେ ସମସ୍ତେ କୋରାପୁଟ ଓ ଜୟପୁର ନିର୍ବାଚନ ମଣ୍ଡଳୀର ଶତାଧିକ କର୍ମୀ । ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦଙ୍କ ନେତୃତ୍ୱରେ ଏମାନେ ଦଳରେ ସାମିଲ ହୋଇଛନ୍ତି ।