ବିଧାନସଭାରେ ଉଠିଲା ମନ୍ଦିର ଖୋଲିବା ପ୍ରସଙ୍ଗ: ଶ୍ରୀମନ୍ଦିର ସମେତ ରାଜ୍ୟର ସମସ୍ତ ମନ୍ଦିର ୨୪ ଘଂଟା ଭିତରେ ଖୋଲିବାକୁ ତାରାଙ୍କ ଦାବି, ହାତଯୋଡି ବାଚସ୍ପତିଙ୍କୁ କଲେ ଗୁହାରି

ବିଜେପିର ପ୍ରଶ୍ନ, ଓଡିଶାରେ କାହିଁକି ଖୋଲାଯିବନି ମନ୍ଦିର

209

କନକ ବ୍ୟୁରୋ: ବିଧାନସଭାରେ ଉଠିଲା ମନ୍ଦିର ଖୋଲିବା ପ୍ରସଙ୍ଗ । ଶ୍ରୀମନ୍ଦିର ସହ ରାଜ୍ୟର ସମସ୍ତ ମନ୍ଦିର ଖୋଲିବାକୁ ବିରୋଧୀ ଦାବି କରିଛନ୍ତି । ମନ୍ଦିର ଖୋଲିବା ନେଇ ହାତଯୋଡି ବାଚସ୍ପତିଙ୍କୁ ଗୁହାରି  କରିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି । ରାଜ୍ୟରେ ୨୪ ଘଂଟା ଭିତରେ ସବୁ ମନ୍ଦିର ଖୋଲାଯାଉ । ମନ୍ଦିର ବନ୍ଦ ଯୋଗୁ ସେବାୟତ ଓ ପୂଜକ ହଇରାଣ ହେଉଛନ୍ତି । ଜୀବିକା ବାଧାପ୍ରାପ୍ତ ହେଉଛି ।

ବାଚସ୍ପତିଙ୍କ ରୁଲିଂ ଦାବି କରିଛନ୍ତି ତାରା ବାହିନୀପତି । ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ମଧ୍ୟ ମନ୍ଦିର ଖୋଲିବା ପ୍ରସଙ୍ଗରେ ଗୃହରେ ଉଦବେଗ ପ୍ରକାଶ କରିଛନ୍ତି । ସରକାର ତୁରନ୍ତ ନିଷ୍ପତି ନିଅନ୍ତୁ ।  କୋଭିଡ ସ୍ଥିତିରେ ମହାରାଷ୍ଟ୍ର ସମେତ ଯେଉଁ ରାଜ୍ୟରେ କରୋନା ସଂକ୍ରମଣ ଅଧିକ ଅଛି ସେଠାରେ ମନ୍ଦିର ଖୋଲାଯାଇଛି । ହେଲେ ଓଡିଶାରେ କାହିଁକି ମନ୍ଦିର ଖୋଲିନି ବୋଲି ସେ ପ୍ରଶ୍ନ କରିଛନ୍ତି ।