ପିସିସି ସଭାପତି ପରିବର୍ତ୍ତନ ନେଇ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକ । ଦଳର ବିଧାୟକ ଓ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିବେ ପ୍ରଭାରୀ ଚେଲ୍ଲା କୁମାର

132

କନକ ବ୍ୟୁରୋ : ରାଜ୍ୟ କଂଗ୍ରେସର ସଭାପତି ପରିବର୍ତ୍ତନ ନେଇ ଚର୍ଚ୍ଚା ଭିତରେ ଆଜି ଭୁବନେଶ୍ୱରରେ ପହଁଚିଛନ୍ତି ପ୍ରଭାରୀ ଚେଲ୍ଲା କୁମାର । ଭୁବନେଶ୍ୱରରେ ପହଁଞ୍ଚିବା ପରେ ଚେଲା କୁମାର କହିଛନ୍ତି, ଆଜି ଦଳର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ।

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫା ନେଇ ବୈଠକରେ ଆଲୋଚନା କରାଯିବ । ବିଧାୟକ ଓ ବରିଷ୍ଠ ନେତାଙ୍କ ସହ ଅଲୋଚନା କରାଯିବ । ଆଲୋଚନା ପରେ କିଛି ନିଷ୍ପତ୍ତି ଗ୍ରହଣ କରାଯିବ । ୨୦୧୯ରୁ ପିସିସି ସଭାପତି ପଦରୁ ନିରଞ୍ଜନ ଇସ୍ତଫା ଦେଇଥିଲେ ମଧ୍ୟ ଏଯାବତ ଇସ୍ତଫାକୁ ଗ୍ରହଣ କରାଯାଇନାହିଁ । ଆଲୋଚନା ପରେ ପାର୍ଟି ହାଇକମାଣ୍ଡଙ୍କୁ ସବିଶେଷ ତଥ୍ୟ ପ୍ରଦାନ କରାଯିବ । ପାର୍ଟି ହାଇକମାଣ୍ଡ ପରବର୍ତ୍ତୀ ନିଷ୍ପତ୍ତି ନେବେ ।