ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ । କହିଲେ ବିବେକ ଅନୁଯାୟୀ ଦେଇଛି ଭୋଟ ।

395

କନକ ବ୍ୟୁରୋ : ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ । ଦଳର ନିଷ୍ପତି ବିରୋଧରେ ଯାଇ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇଛନ୍ତି । ଏହାସହ ମୋକିମ କହିଛନ୍ତି ମୁଁ ବ୍ୟକ୍ତିଗତ ଭାବେ ବିଚାର କରି ଭୋଟ ଦେଇଛି । ଜଣେ ଓଡ଼ିଆ ଓ ଆଦିବାସୀ ମହିଳା ହୋଇଥିବାରୁ ମୁଁ ଦ୍ରୌପଦୀଙ୍କୁ ଭୋଟ ଦେଇଛି । ସମ୍ବିଧାନର ସର୍ବୋଚ୍ଚ ପଦରେ ଜଣେ ଓଡ଼ିଆ ବସିବାକୁ ଯାଉଥିବାରୁ ଓଡ଼ିଆଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ଦ୍ରୌପଦୀଙ୍କୁ ଭୋଟ ଦେଇଛି । ଆଉ ଭାବୁଛି ଭୋଟ ଦେଇ ମୁଁ ଠିକ୍ କରିଛି । ବିବେକ ଅନୁଯାୟୀ ଭୋଟ ଦେଇଛି ।

ପୂର୍ବରୁ ପିସିସି ସଭାପତି ମିଳିତ ବିରୋଧୀ ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ । କିନ୍ତୁ ମୋକିମ କହିଛନ୍ତି ରାଷ୍ଟ୍ରପତି ନିର୍ବାଚନ ପାଇଁ କୌଣସି ହୁଇପ ନଥାଏ । ଜଣେ ଓଡ଼ିଆ ଭାବେ ମୁଁ ଅନୁଭବ କଲି ଦ୍ରୌପଦୀଙ୍କୁ ଭୋଟ ଦେଇଛି । ଏ ପ୍ରସଙ୍ଗରେ ଦଳୀୟ ଭିତ୍ତିରେ ଆଲୋଚନା ହେବ । ମୁଁ କିନ୍ତୁ ବ୍ୟକ୍ତିଗତ ଭାବେ ଏଭଳି ନିଷ୍ପତ୍ତି ନେଇଛି ।