କନକ ବ୍ୟୁରୋ : ଭୁବନେଶ୍ୱରର ବିଭିନ୍ନ ଅଂଚଳରୁ ଗତ ୨୪ ଘଣ୍ଟାରେ ମୋଟ୍ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ମଧ୍ୟରୁ ୧୧୩ଟି କ୍ୱାରେନଟାଇନ ମାମଲା ଥିବାବେଳେ ୨୩୮ଟି ସ୍ଥାନୀୟ ସଂକ୍ରମଣ ମାମଲା ରହିଛି । ସେହିପରି ସମସ୍ତ ୧୧୩ଟି ଯାକ କ୍ୱାରେନଟାଇନ ମାମଲା ପୂର୍ବର ପଜିଟିଭ ମାମଲା ସହ ସମ୍ପର୍କିତ । ଜଣେ ସଂକ୍ରମିତ ଦିଲ୍ଲୀରୁ ଫେରିଥିଲେ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି ।
ଆଜିର ୩୫୧ଟି ନୂଆ ମାମଲାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୬୫୯୧ ଛୁଇଁଛି । ଏହା ମଧ୍ୟରୁ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୪୬୧୩ ରହିଛି । ସେହିପରି ସୋମବାରଦିନ ଭୁବନେଶ୍ୱରରେ ୪୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଦୁଇଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହିତ ଭୁବନେଶ୍ୱରରେ ମୋଟ ସୁସ୍ଥସଂଖ୍ୟା ୧୧୯୦୧ ରେ ପହଞ୍ଚିଥିବାବେଳେ ମୃତ୍ୟୁସଂଖ୍ୟା ୬୪ ଛୁଇଁଛି ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।ଗତକାଲି ଭୁବନେଶ୍ୱରରେ ୩୯୫ ଟି ନୂଆ ସଂକ୍ରମଣ ମାମଲା ଦେଖାଦେଇଥିଲା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/09/8-13.jpg)