କରୋନା ନେଲା ଆଉ ୮ଜୀବନ । ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୩୮୦ରେ ପହଞ୍ଚିଲା । ଗଞ୍ଜାମ ୪, ଖୋର୍ଦ୍ଧା, କଟକ, ଢେଙ୍କାନାଳ ଓ ପୁରୀରୁ ଜଣେ ଲେଖାଏଁ ମୃତ୍ୟୁ

208

କନକ ବ୍ୟୁରୋ :  କରୋନା ନେଲା ଆଉ ୮ଜୀବନ । ଗଞ୍ଜାମ ୪, ଖୋର୍ଦ୍ଧା, କଟକ, ଢେଙ୍କାନାଳ ଓ ପୁରୀରୁ ଜଣେ ଲେଖାଏଁ ମୃତ୍ୟୁ । ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୩୮୦ରେ ପହଞ୍ଚିଲା । ତେବେ ରାଜ୍ୟରେ ପ୍ରତିଦିନ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା । ମିଳିଥିବା ସୂଚନା ଅନୁସାରେ ଗଞ୍ଜାମ ଓ ଖୋର୍ଦ୍ଧାରେ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସେହି ପରିମାଣରେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି ।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୮ଶହ ୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧ଟି ଜିଲ୍ଲାରେ ୧୦୦ ଉପରେ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି । ୨୮ ଶହ ୯୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଂଗରୋଧ କେନ୍ଦ୍ରରୁ ୧୭ଶହ ୯୨ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୧ଶହ ୬ଜଣ ଅଛନ୍ତି । ଖୋର୍ଦ୍ଧାରେ ସର୍ବାଧିକ ୫୨୪ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୪୧ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୟାଗଡ଼ରୁ ୨୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରେ ଆକ୍ରାନ୍ତ ସଂଖ୍ୟା ୨୨୬ ରହିଛି ।